Latest Odisha News

BREAKING NEWS

ରାଉରକେଲାରୁ ଚିହ୍ନଟ ନୂଆ କରୋନା ଆକ୍ରାନ୍ତ ସମ୍ପର୍କରେ ଜାଣନ୍ତୁ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।

 

ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ୮ ଜଣ ରାଉରକେଲାର ଗୋଲଘର କଣ୍ଟେନମେଣ୍ଟ ଜୋନରୁ ଚିହ୍ନଟ ହୋଇଥିବା ବେଳେ ବାକି ଦୁଇ ଜଣ ଭୁବନେଶ୍ୱରର କୋଭିଡ ହସ୍ପିଟାଲରେ ଭର୍ତ୍ତି ଥିବା ଜଣାପଡିଛି ।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ମୋଟ୍ ୧୨୬ କରୋନା ସକ୍ରିୟ ମାମଲା ରହିଥିବା ବେଳେ ୬୭୬ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାଛଡା ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ୍ ୮୦୬ଟି ମାମଲା ରହିଛି ।

Leave A Reply

Your email address will not be published.