Latest Odisha News

BREAKING NEWS

ସୁନ୍ଦରଗଡରେ ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୫୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।

ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ କୋଭିଡ ଯୋଦ୍ଧା ରହିଛନ୍ତି । ସେ ରାଉରକେଲା ସ୍ଥିତ ରଘୁନାଥପାଲୀର ଆଇଆଇସି ଏବଂ ତାଙ୍କ ବୟସ ୪୨ ବର୍ଷ ବୋଲି ଜଣାପଡିଛି । ଆହୁରି ମଧ୍ୟ ସମସ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ନିମନ୍ତେ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ମୋଟ୍ ୩୯୭ କରୋନା ମାମଲା ରହିଥିବା ବେଳେ ୧୮୫ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାବ୍ୟତିତ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦୭ଟି ସକ୍ରିୟ ମାମଲା ରହିଛି ।

Leave A Reply

Your email address will not be published.