Latest Odisha News

BREAKING NEWS

ଶ୍ରୀମନ୍ଦିରରେ ରାଧା-ଦାମୋଦର ବେଶ; ଜାଣନ୍ତୁ କାହିଁକି ହୁଏ ପାଳନ

ପୁରୀ: ପ୍ରତି ବର୍ଷ ଆଶ୍ୱିନ ଶୁକ୍ଳ ଏକାଦଶୀ ଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଦୀର୍ଘ ଏକମାସ ପର୍ଯ୍ୟନ୍ତ ପ୍ରତ୍ୟହ ଶ୍ରୀଜୀଉଙ୍କର ରାଧା ଦାମୋଦର ବେଶ ପଅନୁଷ୍ଠିତ ହୋଇଥାଏ । କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ଏହି ବେଶର ନାମ ଏପରି ନାମକରଣ କରାଯାଇଥିବା କୁହାଯାଏ।

କାହିଁକି ହୁଏ ପାଳନ: ପୌରାଣିକ କଥା ଅନୁଯାୟୀ, ଅକୃର ମଥୁରାକୁ ଯିବା ସମୟରେ ଯମୁନା ନଦୀରେ ସ୍ନାନ କରୁଥିବାବେଳେ ଜଳ ମଧ୍ୟରେ ଏହି ‘ରାଧା ଦାମୋଦର’ ବେଶ ଦର୍ଶନ କରିଥିଲେ ।

ବେଶ ଓଲାଗି ପରେ ବିଗ୍ରହଙ୍କଠାରୁ କଢ଼ାଯାଇଥିବା ପୁଷ୍ପ ଅଳଙ୍କାର ରାଜା ରାଣୀଙ୍କୁ ଦେବାର ବିଧି ଅଛି । କୁହାଯାଏ ଥରେ ତଳୁଚ୍ଛ ସେବକ ନାରାୟଣ ମହାପାତ୍ର ଫୁଲଗୁଣାଟିକୁ ଦେବଦାସୀ ଲାବଣ୍ୟବତୀଙ୍କ ଗଭାରେ ଗୁଞ୍ଜି ଦେଇଥିଲେ । ପରେ ରାଜା ଏହି ଗୁଣାଟିକୁ ରାଣୀଙ୍କୁ ଦେବା ସମୟରେ ଏକ କେଶ ଲାଗିଥିବା ଦେଖି କ୍ରୋଧିତ ହୋଇ ପ୍ରଭୁଙ୍କ କେଶ ଥିବା ନ ଦେଖାଇଲେ ଦଣ୍ଡିତ ହେବେ ବୋଲି ସେବକ ନାରାୟଣ ମହାପାତ୍ରଙ୍କୁ ଆଦେଶ ଦେଲେ ।

ଭକ୍ତକୁ ରକ୍ଷା କରିବା ପାଇଁ ପ୍ରଭୁ କେଶ ଧାରଣ କଲେ, ପରଦିନ ରାଜା କେଶକୁ ଦେଖି ଏହାକୁ ଟାଣିବାରୁ ଏଥିରୁ ରକ୍ତସ୍ରାବ ହେଲା । ସେହିଦିନଠାରୁ ପ୍ରଭୁଙ୍କର ଏହି ରାଧା ଦାମୋଦର ବେଶ ହେଉଅଛି ।

Leave A Reply

Your email address will not be published.