Latest Odisha News

BREAKING NEWS

ଓଡ଼ିଶାର ପାରମ୍ପରିକ ଲୋକ ନୃତ୍ୟ ଘୁମୁରା ନାଚ ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି ।

ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ।

ଆଜି ଆମେ ଆପଣଙ୍କୁ ଜଣାଇବୁ ଓଡ଼ିଶାର ପାରମ୍ପରିକ ଲୋକ ନୃତ୍ୟ ଘୁମୁରା ନାଚ ସମ୍ପର୍କରେ…

ଘୁମୁରା ନାଚ, ଓଡ଼ିଶାର କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାର ଏକ ଲୋକପ୍ରିୟ ନାଟ । ଘୁମୁରା ହେଉଛି ମତିନିର୍ମିତ ହାଣ୍ଡି ଆକୃତି ପଦାର୍ଥ ଉପରେ ଗୋଧିଚର୍ମଦ୍ୱାରା ଆବୃତ କରାଯାଇଥିବା ବାଦ୍ୟଯନ୍ତ୍ର ବିଶେଷ । ଏହାକୁ ବ୍ୟବହାର କରାଯାଇ ଯେଉଁ ନୃତ୍ୟ କରାଯାଏ ତାହାକୁ “ଘୁମୁରା ନାଚ” କୁହାଯାଏ । ପୁରୁଷ ମାନେ ମୁଖ୍ୟତଃ ଏହାର ନୃତ୍ୟ କରି କରମା ଗୋଟିଏ ଗୋଟିଏ ଦଳରେ ସାତ ଆଠ ଜଣ କଳାକାର ରହିଥାନ୍ତି ।

ପାଇକଚ୍ଚା ଉପରେ ପାଟଲୁଗା ପିନ୍ଧି ତା ଉପରେ ଚିତ୍ରବିଚିତ୍ର ଛିଟର ଏକ କପଡ଼ା ଗୁଡ଼ାଇ ଦିଆଯାଏ । ମୟୁର ପୁଛର ମୁକୁଟ ପିନ୍ଧି ନୃତ୍ୟକାରୀ ନୃତ୍ୟ କରିଥାନ୍ତି । ପ୍ରଥମେ ବାଦ୍ୟ ବଜାଇ ନୃତ୍ୟ କରି ବୃତ୍ତାକାରରେ ବୁଲନ୍ତି । ଦେବଦେବୀଙ୍କ ବନ୍ଦନା ପରେ ବାଦ୍ୟର ତାଳରେ ବେଳ ଅନୁସାରେ ପାଦପକାଇ ନୃତ୍ୟ କରନ୍ତି।

Leave A Reply

Your email address will not be published.