Latest Odisha News

BREAKING NEWS

ଆଜି ରାକ୍ଷୀ ପୂର୍ଣ୍ଣମୀ: ଜାଣନ୍ତୁ ଏହା ସମ୍ପର୍କରେ

ଭୁବନେଶ୍ୱର: ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ।  ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ଥିବା ପବିତ୍ର ବନ୍ଧନର ପ୍ରତୀକ । ଏହି ଦିନ ଭଉଣୀ, ଭାଇ ହାତରେ ବାନ୍ଧେ ସେନେହର ରାକ୍ଷୀ । ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ ଭଉଣୀ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ବଚନ ଦେଇଥାଏ ।

ଇତିହାସରେ ରାକ୍ଷୀ ପୂର୍ଣ୍ଣମୀ:

ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ ।

ଇତିହାସରେ ମଧ୍ୟ ରହିଛି ରକ୍ଷାବନ୍ଧନ । ଯଦିଓ ଏହାପଛରେ ରହିଛି ରାଜନୈତିକ ଅଭିସନ୍ଧି, ତେବେ ବି ରାକ୍ଷୀ ବାନ୍ଧିଥିବା ଭଉଣୀର ସମ୍ମାନ ରକ୍ଷା ପାଇଁ ଭାଇ ପଛଘୁଞ୍ଚା ଦେଇନାହିଁ ।

ଖ୍ରୀଷ୍ଟପୂର୍ବ ୩୦୦ ବର୍ଷ ତଳର କଥା ।ମାସିଡୋନିଆରସମ୍ରାଟ ଆଲେକଜାଣ୍ଡାର ଭରତ ଉପରେ ବିଜୟ ଲାଭ ପାଇଁ ଅଗ୍ରସର ହେଉଥିବା ବେଳେ ରାଜା ପୁରୁଙ୍କ ସମ୍ମୁଖୀନ ହେଇଥିଲେ । ପ୍ରଥମ ଥର ପୁରୁଙ୍କଠାରୁ ଆଲେକଜାଣ୍ଡାର ପରାସ୍ତ ହେଲେ, ସେତେବେଳେ ଆଲେକଜାଣ୍ଡାରଙ୍କ ପତ୍ନୀ ପୁରୁଙ୍କ ନିକଟକୁ ଏକ ରାକ୍ଷୀ ପ୍ରେରଣ କରିଥିଲେ। ପୁରୁ ତାଙ୍କୁ ନିଜର ଭଉଣୀ ଭାବେ ଗ୍ରହଣ କରିଥିଲେ ।

Leave A Reply

Your email address will not be published.