ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୬୦୬ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୫୯୦ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୩,୨୫୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୯କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୫ ଜଣ ସୁସ୍ଥତା ଲାଭ କରିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।