Latest Odisha News

ଓଡ଼ିଶାରେ ୭୯ ଛୁଇଁଲା କରୋନା ମାମଲା: କେଉଁ ଜିଲ୍ଲାରେ କେତେ, ଜାଣନ୍ତୁ

ଭୁବନେଶ୍ୱର: କରୋନା ଭୂତାଣୁ(କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ସ୍ୱାସ୍ଥ୍ୟ ବିଭାଗର ତତ୍ପରତା ସତ୍ତ୍ୱେ ମଧ୍ୟ ଏହି ଭୂତାଣୁ ଧୀରେ ଧୀରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହେବା ସହ ଏହି ସଂଖ୍ୟା ୭୯ ଛୁଇଁଛି । ତେବେ ଓଡ଼ିଶାର କେଉଁ ଜିଲ୍ଲାରେ କେତେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆସନ୍ତୁ ଜାଣିବା..

ସ୍ୱାସ୍ଥ୍ୟ ବିଭାଗ ଦେଇଥିବା ସୁଚନା ଅନୁଯାୟୀ, ମୋଟ ୪୬ ମାମଲା ସହ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ବାଲେଶ୍ୱର ଓ ଭଦ୍ରକରେ ୮ଜଣ ଲେଖାଁଏ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହ ଯାଜପୁର ଜିଲ୍ଲାରେ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରେ ୩ ଜଣ, କେନ୍ଦ୍ରପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ୨ ଜଣ ଲେଖାଁଏ ଚିହ୍ନଟ ହୋଇଛନ୍ତି ।

ଏଥିସହ କଟକ, ଢେଙ୍କାନାଳ ଓ ପୁରୀ ଆଦି ଜିଲ୍ଲାରେ ଜଣେ ଲେଖାଁଏ କରୋନା ପଜଟିଭ୍ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.