Latest Odisha News

BREAKING NEWS

ଜାଣନ୍ତୁ ଓଡିଶାର କେଉଁ ୧୨ଟି ଜିଲ୍ଲାକୁ ପ୍ରଭାବିତ କରିବ ସାମୁଦ୍ରିକ ଝଡ ‘ଫନି’

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ମଙ୍ଗଳବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି ।

ଆଇଏମଡିର ରିପୋର୍ଟ ଅନୁସାରେ ମେ’ ୨ ତାରିଖରେ ଦକ୍ଷିଣ ଉପକୂଳ ଜିଲ୍ଲାର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା ଏବଂ ପୁରୀ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ମେ’ ୩ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ପୁରୀ, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ ଏବଂ କେନ୍ଦୁଝରର ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ମେ’ ୪ ତାରିଖରେ ଏହି ସାମୁଦ୍ରିକ ଝଡ ଉତ୍ତରରୁ ଗାଙ୍ଗେୟ ଦେଇ ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଆଡକୁ ଗତି କରିବ । ଏହି ସମୟରେ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.