Latest Odisha News

BREAKING NEWS

କଟକଣା ଭିତରେ କଟକରେ ୪ଟି ପର୍ଯ୍ୟାୟରେ ହେବ ଭସାଣ

କଟକ: କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହେଉଛି ଦଶହରା । ଆଜି ଦଶମୀ ଆସନ୍ତାକାଲି ଭସାଣ ଉତ୍ସବ । ଏଥିପାଇଁ କଟକରେ ଲାଗୁ ହୋଇଛି କଟକଣା । ଭସାଣ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି ହୋଇଛି ।

ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି କୃତ୍ରିମ ପୋଖରୀରେ ସମସ୍ତ ମୂର୍ତ୍ତି ବିସର୍ଜନ କରାଯିବ। ଭସାଣ ଉତ୍ସବ ସକାଳ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଭସାଣ ପାଇଁ ସମସ୍ତ ପୂଜା ମଣ୍ଡପ ଲାଗି ୪ଟି ପର୍ଯ୍ୟାୟରେ ସମୟ ଧାର୍ଯ୍ୟ ହୋଇଛି। ସକାଳ ୧୦ଟାରୁ ୧୨ଟା, ୧୨ଟାରୁ ୨ଟା, ୨ଟାରୁ ୪ଟା ଏବଂ ୪ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ଭସାଣ ଉତ୍ସବ ହେବ।

ପ୍ରତି ପୂଜା କମିଟିର ୭ ଜଣ ଲୋକଙ୍କୁ ଭସାଣରେ ସାମିଲ୍‌ ହେବାକୁ ଅନୁମତି ମିଳିବ। ମୂର୍ତ୍ତିକୁ ଚେଚିସ୍ ବଦଳରେ ଡାଲା ଅଟୋ କିମ୍ବା ପିକଅପ ଭ୍ୟାନ୍‌ରେ ନେବାକୁ ଅନୁମତି ମିଳିଛି। ଏ ନେଇ କଟକ ଡିସିପି ସୂଚନା ଦେଇଛନ୍ତି।

Leave A Reply

Your email address will not be published.