Latest Odisha News

ଜାଣନ୍ତୁ କେବେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଚଳିତ ନଭେମ୍ବର ୧୮ ଏବଂ ୨୫ ତାରିଖ ଉଭୟ ସୋମବାରରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ବନ୍ଦ ରହିବ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ଜଣାଯାଇଛି।

ଏହାପୂର୍ବରୁ ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ସେହିଭଳି ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା।

ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ୍‌ ପଞ୍ଜୀକରଣ କରିଥିବା ବ୍ୟକ୍ତିମାନେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କୁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦେଇଛି।

Leave A Reply

Your email address will not be published.