Latest Odisha News

BREAKING NEWS

କୋଲକତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଲକାତା: କୋଲକତାରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ମୁଖ୍ୟ ବିଚାରପତି ଟିଏସ୍‌ ଶିବାଗନମ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ ମୃତ ଡାକ୍ତରଙ୍କ ପରିବାର ଦାଏର କରିଥିବା ଯାଚିକାର ଶୁଣାଣି କରି ଏହି ନିଷ୍ପତ୍ତି ଶୁଣାଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ଏହି ମାମଲା ପଶ୍ଟିମବଙ୍ଗ ପୋଲିସ ହାତରେ ଥିବାବେଳେ ଏହାର ତଦନ୍ତ ଭାର ଏବେ ସିବିଆଇକୁ ହସ୍ତାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏହି ମାମଲାର ତଦନ୍ତ ଏବେ ସିବିଆଇ କରିବ । ଏହା ସହ ତଦନ୍ତ କରି ୩ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ତୁରନ୍ତ ସମସ୍ତ ଡକ୍ୟୁମେଣ୍ଟ ସିବିଆଇକୁ ହସ୍ତାନ୍ତର ପାଇଁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, କୋଲକାତା ଆରଜି କର ମେଡିକାଲ କଲେଜରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଆନ୍ଦୋଳନ ଏବେ ତେଜିବାରେ ଲାଗିଛି । ଏନେଇ ସାରା ଦେଶରେ ଡାକ୍ତରମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଛନ୍ତି ।

Comments are closed.