Latest Odisha News

BREAKING NEWS

ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ କୋଣାର୍କ ମହୋତ୍ସବ ସହିତ ଆନ୍ତର୍ଜାତୀୟ ବାଲୁକା କଳା ଉତ୍ସବ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ବିଶ୍ଵ ପ୍ରସିଦ୍ଧ କୋଣାର୍କ ମହୋତ୍ସବ। ଓଡ଼ିଶାର ପ୍ରମୁଖ ଉପକୂଳ ନାଭିକେନ୍ଦ୍ର କୋଣାର୍କ ପୁନଶ୍ଚ ଦେଖିବ ବିଶ୍ୱବ୍ୟାପି ଦ୍ୱୈତ ଘଟଣାର ମିଳନବିନ୍ଦୁରେ କୋଣାର୍କର ବିବିଧ ଶାସ୍ତ୍ରୀୟ ନୃତ୍ୟ ସହିତ ସର୍ବୋକୃଷ୍ଟ ସୂର୍ଯ୍ୟମନ୍ଦିରର ପୃଷ୍ଠଭୂମିରେ ଆନ୍ତର୍ଜାତୀୟ ମନୋହର ବାଲୁକା କଳାର ଅପୂର୍ବ ସମାବେଶ, ଯାହା ପ୍ରତ୍ୟେକ ଦର୍ଶକଙ୍କ ନିମନ୍ତେ ସମ୍ପୂର୍ଣ୍ଣ ଦେୟମୁକ୍ତ ।

ଡ଼ିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରଠାରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ତରଫରୁ ପ୍ରତ୍ୟହ ସନ୍ଧ୍ୟା ୬ ଘଟିକା ଠାରୁ ରାତ୍ର ୮.୩୦ ଘଟିକା ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ କୋଣାର୍କ ନୃତ୍ୟୋତ୍ସବର ଆୟୋଜନ ହେବାକୁ ଯାଉଛି । ଓଡ଼ିଶାର ଅନ୍ତର୍ନିହିତ ଐତିହ୍ୟକୁ ବାଦ୍‍ଦେଲେ ଏହି ଉତ୍ସବ ଉତ୍କୃଷ୍ଟ ମାନର ପାରମ୍ପାରିକ ତଥା ଶାସ୍ତ୍ରୀୟ ନୃତ୍ୟର ଆୟୋଜନ କରୁଅଛି ।

ଏକ ନିର୍ଜନ ମନୋଜ୍ଞ ସର୍ବୋକୃଷ୍ଟ ଲୋକକଳା ଏବଂ ପୌରାଣିକ ତଥ୍ୟ ସୃଷ୍ଟି କରିଛି ଏହି ବିଶ୍ୱ ବିସ୍ମୟ ସୂର୍ଯ୍ୟମନ୍ଦିର ଯାହା ତ୍ରୟୋଦଶ ଶତାବ୍ଦୀର ମହାନ କୀର୍ତ୍ତି ।

କୋଣାର୍କ ଉତ୍ସବ ଯେଉଁଥିରେ ବହୁ ପ୍ରତିଭାବାନ୍‍ ନୃତ୍ୟ ବିଶାରଦ ପ୍ରାୟ ଶାସ୍ତ୍ରୀୟ ନୃତ୍ୟର କଳାକାରବୃନ୍ଦ ଓଡ଼ିଶୀ, ଭାରତନାଟ୍ୟମ, ମଣିପୁରି, କୁଚିପୁଡ଼ି, ଏବଂ କଥକ ଦଳଗତ ନୃତ୍ୟ ପ୍ରଦର୍ଶନ କରିବେ ।

ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ ୨୦୨୦

କୋଣାର୍କ ସୂର୍ଯ୍ୟ ମନ୍ଦିରଠାରୁ ୩ କି.ମି. ଦୂରରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ପର୍ଯ୍ୟଟନ ବିଭାଗର ବ୍ରାଣ୍ଡ ଆମ୍ବାସଡ଼ର ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଚନ୍ଦ୍ରଭାଗାର ପ୍ରଶସ୍ତ ବେଳାଭୂମିରେ ଆନ୍ତର୍ଜାତିକ ବାଲୁକାକଳାର ଆୟୋଜନ କରାଯାଉଅଛି ।

ଏହି ଉତ୍ସବ ପ୍ରତ୍ୟହ ପୂର୍ବାହ୍ନ ୧୦ ଘଟିକା ଠାରୁ ରାତି ୭ ଘଟିକା ପର୍ଯ୍ୟନ୍ତ ପ୍ରଦର୍ଶିତ ହେବ । ଏହି ବିଶ୍ୱବ୍ୟାପି ପ୍ରତିଯୋଗିତାରେ ପ୍ରତିଯୋଗୀମାନେ ପ୍ରତ୍ୟେକ ଦିନ ସେମାନଙ୍କର ବାଲୁକା ଚିତ୍ରକଳା ପ୍ରଦର୍ଶନ କରିବେ । ଚଳିତ ବର୍ଷ ଦେଶ ଭିତରରୁ ଯଥା ରାଜସ୍ଥାନ, ତାମିଲନାଡ଼ୁ, ବିହାର ଓ ପଶ୍ଚିମବଙ୍ଗ ସହିତ ଓଡ଼ିଶାରୁ ଖ୍ୟାତିନାମା ୭୦ ଜଣ ବାଲୁକାକଳା ଶିଳ୍ପିମାନେ ଅଂଶଗ୍ରହଣ କରିବେ ।

ଚଳିତ ବର୍ଷ କୋଭିଡ଼-୧୯କୁ ଦୃଷ୍ଟିରେ ରଖି ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ନିୟମାବଳୀକୁ କଡ଼ାକଡ଼ିଭାବେ ପାଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଅଛି । ବିଶେଷତଃ ଦର୍ଶକମାନଙ୍କର ପ୍ରବେଶ, ସାମାଜିକ ଦୂରତ୍ୱ ପାଳନ ଓ ସାନିଟାଇଜେସନ୍‍ ଇତ୍ୟାଦି ଉପରେ ଗୁରୁତ୍ୱ ଦିଆଯାଇଛି ।

Leave A Reply

Your email address will not be published.