Latest Odisha News

୩ ଦଫା ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ । ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ୍‌ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ କୋରାପୁଟରେ ବନ୍ଦ ଡାକରା ପାଳନ ହେବ । ବନ୍ଦ ପାଳନ ହେତୁ ଦୋକାନ, ବଜାର ସହ ଯାନବାହାନ ଚଳାଚଳ ମଧ୍ୟ ବନ୍ଦ ରହିଛି ।

ସରକାରୀ ଚାକିରିରେ ଜିଲ୍ଲାଭିତ୍ତିକ ନିଯୁକ୍ତିକୁ ପ୍ରସଙ୍ଗ କରି କୋରାପୁଟରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଉଛି l ଯୁବ କଂଗ୍ରେସର ବନ୍ଦ ଡାକରାକୁ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ସହ ଘରୋଇ ବସ ମାଲିକ ସଂଘ, ଲରି ଆସୋସିଏସନ, ଡ୍ରାଇଭର ସଂଘ ଓ ଜିଲ୍ଲା ଓକିଲ ସଂଘ ସମର୍ଥନ ଦେଇଛନ୍ତି । ଆସନ୍ତାକାଲି ଅବିଭକ୍ତ କୋରାପୁଟ ଜିଲ୍ଲା ବନ୍ଦ ଡାକରା ଦିଆଯାଇଥିବା ବେଳେ ଦାବି ପୂରଣ ନ ହେଲେ ୫ ତାରିଖରେ ଜିଲ୍ଲାରେ କଳାଦିବସ ପାଳନ କରାଯିବ । ଏହାସହ ୫, ୬ ଓ ୭ ତାରିଖ ତିନି ଦିନ ଧରି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା କରାଯିବ ବୋଲି କହଛି କମିଟି ।

କନିଷ୍ଠ ଶିକ୍ଷକ ପଦବୀ ଜିଲ୍ଲା ଭିତ୍ତିକ କରିବା, ପେଶା ଆଇନ ଲାଗୁ କରିବା, ତୃତୀୟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ପଦବୀକୁ ଜିଲ୍ଲା ଭିତ୍ତିକ କରିବା ପାଇଁ ଦାବି କରିଛି କମିଟି । ତେବେ ପାର୍ବଣ ସମୟ ଓ ଛାତ୍ରଛାତ୍ରୀଙ୍କ ପରୀକ୍ଷା କାରଣରୁ ସେମାନଙ୍କ ପାଇଁ କୋହଳ କରାଯିବ । ବିଶେଷ କରି ଜରୁରୀ କାଳିନ ସେବାକୁ ବ୍ୟାହତ କରାଯିବ ନାହିଁ ବୋଲି କହିଛି କମିଟି ।

 

Leave A Reply

Your email address will not be published.