Latest Odisha News

BREAKING NEWS

ଉଦଘାଟିତ ହେଲା କୃଷି ଓଡ଼ିଶା ୨୦୨୧

ଭୁବନେଶ୍ବର : ଉଦଘାଟିତ ହୋଇଛି କୃଷି ଓଡ଼ିଶା ୨୦୨୧ । ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ କୃଷି ଓଡ଼ିଶାକୁ ଭିଡିଓ କନଫରେନ୍ସ ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ସାଥିରେ ରହିଛି, ସେମାନଙ୍କ ପାଇଁ କାମ କରିବି । ଚଳିତ ବର୍ଷର ଥିମ ରହିଛି ସମନ୍ୱିତ ଚାଷ ଓ ଚାଷୀର ବିକାଶ ।

ଚଳିତବର୍ଷ କାର୍ଯ୍ୟକ୍ରମରେ ୧୦ଟି ବିଷୟବସ୍ତୁକୁ ନେଇ ପାଠଶାଳା ଆୟୋଜନ କରାଯିବ । ଚାଷୀ, କୃଷି ଉଦ୍ୟୋଗୀ ଏବଂ କୃଷି ବିଜ୍ଞାନୀମାନଙ୍କୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ ହେବ। କୃଷି ଓଡ଼ିଶାରେ ଏଥର ୧୬୦ଟି ମଣ୍ଡପରେ କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ଜଳଛାୟା ମିଶନ, ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ଆଦି ବିଭାଗ ପକ୍ଷରୁ ପ୍ରଦର୍ଶନୀ କରାଯାଉଛି । ଏଥର କୃଷି ଓଡ଼ିଶାରେ ମିଲେଟ୍ ମିଶନ୍ ଏବଂ ମିଶନ ଶକ୍ତି ପକ୍ଷରୁ ସ୍ବତନ୍ତ୍ର ପ୍ରଦର୍ଶନୀ କରାଯାଇଛି ।

ଏହି ଅବସରରେ ୩୦ ଜିଲ୍ଲାର ସଫଳ ଚାଷୀଙ୍କୁ ସମ୍ମାନିତ କରାଯିବା । ଏଥର କୃଷି ପ୍ରଦର୍ଶନୀର ମାସ୍କଟ ଭାବେ ଛତୁକୁ ରଖାଯାଇଛି । କୃଷି ଓ ଆନୁଷଙ୍ଗିକ କୃଷିର ଉନ୍ନତିକରଣ ପାଇଁ ଆବଶ୍ୟକ ଥିବା ବୈଷୟିକ ଜ୍ଞାନକୌଶଳ, କୃଷି ଯାନ୍ତ୍ରିକିକରଣ ସୂଚନା, ବଜାର ସୁଯୋଗ ସୃଷ୍ଟି ତଥା ଆବଶ୍ୟକ ଋଣର ସହଜ ଉପଲବ୍ଧତା ଆଦି ଉପରେ ଏହି ପ୍ରଦର୍ଶନୀରେ ଗୁରୁତ୍ୱ ଦିଆଯାଇଛି । ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଫିକି ଆନୁକୂଲ୍ୟରେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ଏହି ମେଗା କୃଷି ପ୍ରଦର୍ଶନୀ ମାର୍ଚ୍ଚ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ।

Leave A Reply

Your email address will not be published.