Latest Odisha News

BREAKING NEWS

ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ଶ୍ରମିକଙ୍କ ଜୀବନ ଗଲା

କଟକ: ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୩ ଶ୍ରମିକ ମୃତ। କଟକର ନରଣପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ମିଳିଥିବା ସୂଚନା ଅନୁଯାୟୀ, କଟକର ନରଣପୁର ଗ୍ରାମରେ ଏକ ନିର୍ମାଣାଧିନ ବିଲ୍ଡିଂର ପାଇଖାନା ଟାଙ୍କିର ସେଣ୍ଟ୍ରିଙ୍ଗ କାମ ଚାଲିଥିଲା।ଶୁକ୍ରବାର ତିନି ଜଣ ଶ୍ରମିକ ସେହି ଛାତର ସେଣ୍ଟ୍ରିଂ ଖୋଲିବାକୁ ଯାଇଥିବା ବେଳେ ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ପଡ଼ିଯାଇଥିଲେ।

ଏହି ସମୟରେ ୩ ଜଣ ଶ୍ରମିକ ପାଇଖାନା ଟାଙ୍କି ଭିତରେ ଶ୍ଵାସରୁଦ୍ଧ ହୋଇଯାଇଥିଲେ। ପରେ ବାରଙ୍ଗ ଅଗ୍ନିଶମ ଓ ପୋଲିସର ସହାୟତାରେ ସେମାନଙ୍କୁ ଉଦ୍ଧାର କରାଯାଇଥିଲା। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଛନ୍ତି ।

ତେବେ ମୃତ ୨ ଶ୍ରମିକଙ୍କ ପରିଚୟ ଏ ଏପର୍ଯ୍ୟନ୍ତ ମିଳିପାରି ନାହିଁ।

Comments are closed.