Latest Odisha News

BREAKING NEWS

ଧରା ପଡ଼ିଲା ଗୋବିନ୍ଦ

କଳାହାଣ୍ଡି: କଳାହାଣ୍ଡି ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାର ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ ଗିରଫ । ଫେରାର ଥିବା ଗୋବିନ୍ଦ ସାହୁଙ୍କୁ ସିନ୍ଦେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗିରଫ କଲା ବଲାଙ୍ଗୀର ପୋଲିସ ।

ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜର ୧୨ ଦିନ ପରେ ମିଳିଛି ଚାଞ୍ଚଲ୍ୟକର ତଥ୍ୟ । ପୋଲିସ ଉପସ୍ଥିତିରେ ମହାଲିଙ୍ଗ ସ୍ଥିତ ସରକାରୀ ସ୍କୁଲର ନିର୍ମାଣଧୀନ ଖେଳ ପଡିଆରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସାଇଣ୍ଟିଫିକ୍ ଟିମ୍ ଯାଞ୍ଚ କରିଥିଲା । ପ୍ରାୟ ୫ ଫୁଟ ମାଟି ତଳୁ ପୋଡା ହାଡ, ରୂପା ପାଉଁଜି, ଭ୍ୟାନିଟି ବ୍ୟାଗ ଜବତ କରିଛି ସାଇଣ୍ଟିଫିକ୍ ଟିମ୍ । ସେସବୁ ମମିତାଙ୍କର ବୋଲି ପରିବାର ଲୋକ ଚିହ୍ନଟ କରିଛନ୍ତି । ଆବଶ୍ୟକ ପଡିଲେ ଜବତ ହାଡର ଡିଏନଏ ଟେଷ୍ଟ ମଧ୍ୟ କରାଯିବ ।

ସ୍କୁଲ ଅଧ୍ୟକ୍ଷା ମମିତା ମେହେର ଗତ ୮ ତାରିଖଠାରୁ ନିଖୋଜ ଥିଲେ । ପରିବାରଲୋକ ୧୨ ତାରିଖରେ ବଲାଙ୍ଗୀର ଜିଲ୍ଲା ସିନ୍ଦକେଲା ଥାନାରେ ମାମଲା ରୁଜୁ କଲେ ।  ୧୪ ତାରିଖ ଦିନ ପୋଲିସ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁଙ୍କୁ ଅଟକ ରଖିଥିଲା । ହେଲେ ହଠାତ ୧୬ ତାରିଖ ଗୋବିନ୍ଦ ସାହୁ ଟିଟିଲାଗଡ ପୋଲିସ ହେପାଜତରୁ ଫେରାର ପରେ ତନାଘନା ଆରମ୍ଭ ହୋଇଥିଲା ।

Leave A Reply

Your email address will not be published.