Latest Odisha News

ମହଣ ମହଣ ସୁନାରେ ସଜେଇ ହୋଇଛନ୍ତି ମହାପ୍ରଭୁ

ପୁରୀ: ରଥ ଉପରେ ତିନି ଠାକୁର। ପାଦରୁ ମସ୍ତକ ମହଣ ମହଣ ସ୍ବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ରଥ ଉପରୁ ଦେଇଛନ୍ତି ଦର୍ଶନ।

ତିନିରଥରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରମଣୀୟ ସୁନ‌ାବେଶ ଅନୁଷ୍ଠିତ ହୋଇଛି। ସିଂହଦ୍ବାର ସମ୍ମୁଖରେ ଶ୍ରୀଜିଉଙ୍କୁ ସୁନାବେଶରେ ଦେଖି ଭକ୍ତମାନେ ନିଜକୁ ଧନ୍ଯ ମନେ କରିଛନ୍ତି।

ତେବେ ଚଳିତ ବର୍ଷ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ସମୟ ବଢ଼ିବ ନାହିଁ। ରାତି ୧୧ଟାରେ ବନ୍ଦ ହେବ ସୁନାବେଶ ଦର୍ଶନ।

ଅନ୍ୟପଟରେ ସୁନାବେଶ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ପ୍ରଶାସନ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିଛି । ଶ୍ରୀକ୍ଷେତ୍ରରେ ୧୦ଲକ୍ଷରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁଙ୍କ ସମାଗମ ହେବା ନେଇ ଆକଳନ କରାଯାଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୧୯୦ ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ପ୍ରାୟ ୨ହଜାର ପୁଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ରଥ ଚତୁଃପାର୍ଶ୍ବ ଏବଂ ବଡ଼ଦାଣ୍ଡରେ ଗହଳି ନିୟନ୍ତ୍ରଣ ଉପରେ ଅଧିକ ଗୁରୁତ୍ବ ଦିଆଯାଉଥିବା ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର ସୂଚନା ଦେଇଛନ୍ତି।

 

ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ମାର୍କେଟ ଛକରୁ ବ୍ୟାରିକେଡ୍‌ କରାଯାଇଛି। ଶ୍ରଦ୍ଧାଳୁମାନେ ବ୍ୟାରିକେଡ୍‌ ଦେଇ ରଥ ସମ୍ମୁଖରେ ପହଞ୍ଚିବେ। ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଅପରପାର୍ଶ୍ବ ଦେଇ ପ୍ରତ୍ୟାବର୍ତ୍ତନ କରିବେ। ଦଳାଚକଟା ପରିସ୍ଥିତି ଏଡ଼ାଇବା ପାଇଁ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ସୁରକ୍ଷା ବଳୟ ସମେତ କୁଇକ୍‌ ରେସପନ୍ସ ଟିମ୍‌ ନିୟୋଜିତ କରାଯାଇଛି।

 

 

Comments are closed.