ପାଟନା: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳର ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ସିଢିରୁ ପଡି ଆହତ ହୋଇଛନ୍ତି । ତାଙ୍କ କାନ୍ଧ ଓ ଅଂଟାରେ ଆଘାତ ଲାଗିଛି । ରବିବାର ରାବ୍ରି ଦେବୀଙ୍କ ବାସଭବନରୁ ସିଢିରୁ ଓହ୍ଲାଉଥିବା ସମୟରେ ତାଙ୍କ ଗୋଡ ଖସି ଯାଇଥିଲା । ଲାଲୁଙ୍କୁ ସଙ୍ଗେ ସଙ୍ଗେ ଚିକିତ୍ସା ପାଇଁ ନିକଟସ୍ଥ କଙ୍କଡାବାଗର ଏକ ଘରୋଇ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । କାନ୍ଧ ହାଡରେ ସାମାନ୍ୟ ଭାଙ୍ଗିଥିବା ଜଣାପଡିଛି । ଏବେ ସେ ସୁସ୍ଥ ଅଛନ୍ତି ଏବଂ ତାଙ୍କୁ ବିଶ୍ରାମ କରିବା ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି । ପୂର୍ବରୁ ଲାଲୁ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । କିଡନୀ ପ୍ରତ୍ୟରୋପଣ ପାଇଁ ସେ ବିଦେଶ ଯିବେ ବୋଲି ରିପୋର୍ଟ ପ୍ରକାଶ ପାଇଥିଲା । ଏହି ଦୁର୍ଘଟଣା ପରେ ଏଥିନେଇ ବିଳମ୍ବ ହେବ ବୋଲି ଅନୁମାନ କରାଯାଉଛି ।
BREAKING NEWS
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…
- ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା
- Maa Manikeswari’s Chhatar Yatra:ସଂପନ୍ନ ହେଲା ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ବିଶ୍ୱାସ ନାଁରେ ପଡ଼ିଲା ହଜାର ହଜାର ବଳି
- ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ ପରେ ବଢ଼ିଲା ସଲମାନଙ୍କ ସୁରକ୍ଷା
- ଇକ୍ୱାଡର ଚର୍ଚ୍ଚରେ ଲାଇଭ୍-ଷ୍ଟ୍ରିମ୍ ପ୍ରାର୍ଥନା ସମୟରେ ବଡ଼ ଦୁର୍ଘଟଣା: କାନ୍ଥରୁ ଖ୍ରୀଷ୍ଟଙ୍କ ପ୍ରତିମା ଖସିପଡ଼ିବାରୁ ପାଦ୍ରୀଙ୍କ ମୃତ୍ୟୁ
- Lashkar-e-Taiba terrorist Muhammad Sarwar:ଲାହୋରରେ ଲସ୍କରର ଶୀର୍ଷ କମାଣ୍ଡରର ମୃତ୍ୟୁ; ଥିଲା ହାଫିଜ ସଇଦର ଘନିଷ୍ଠ ସହଯୋଗୀ

Comments are closed.