Latest Odisha News

BREAKING NEWS

ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ

ପୁରୀ: ସରିଲା କାର୍ତ୍ତିକ ମାସ  । ଆଜିଠୁ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ। ତେବେ ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ଲେଜର ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ରହିଛି ଏବଂ କ’ଣ ସମସ୍ୟା ରହିଛି ତାହା ଜଣାପଡ଼ିବ। ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ।

BjdElectrycity

ରତ୍ନଭଣ୍ଡାରର ସ୍ଥିତିକୁ ଯାଞ୍ଚ କରିବା ପରେ ଏଏସଆଇ ଚୂଡାନ୍ତ ରିପୋର୍ଟ ଦେବ । ରିପୋର୍ଟ ଆସିବା ପରେ ବୈଷୟିକ କମିଟି ସମୀକ୍ଷା କରିବ । ଅନ୍ୟପଟେ ଲେଜର ସ୍କାନିଂ ପାଇଁ ଯାହା କିଛି ସହଯୋଗ ଆବଶ୍ୟକ ହେବ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ୨୦୧୮ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ୧୭ ଜଣିଆ ଟିମ୍ ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ କରିବାକୁ ଶ୍ରୀମନ୍ଦିର ଭିତରକୁ ଯାଇଥିଲେ।

Leave A Reply

Your email address will not be published.