Latest Odisha News

ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

କୋରାପୁଟ: ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ । ଜୟପୁର ସ୍ଥିତ ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଶେଷକୃତ୍ୟ ବେଳେ ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି ।

ତେବେ ଶନିବାର କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତ ହୋଇଥିଲା । ବାର୍ଦ୍ଧକ୍ୟତା ଓ କିଡନୀ ଜନିତ ସମସ୍ୟା ଯୋଗୁଁ ଅସୁସ୍ଥି ହୋଇ ମେଡିକାଲ ଭର୍ତ୍ତି ହୋଇଥିଲେ କମଳା ପୂଜାରୀ । ଏହାପରେ ତାଙ୍କୁ ଏସସିବିରୁ ଜନ୍ମାଟି ଅଣାଯାଇଥିଲା । ଆଜି ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହୋଇଛି ।

ତେବେ କୋରାପୁଟ ଜିଲ୍ଲାର ନିବାସୀ ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ପ୍ରାୟ ୧୦୦ରୁ ଅଧିକ କିସମର ଧାନ ଉତ୍ପାଦନ କରି ବେଶ୍ ଚର୍ଚ୍ଚାକୁ ଆସିଥିଲେ । ଏଥିପାଇଁ ତାଙ୍କୁ ୨୦୧୯ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି । ୭୦ ବର୍ଷ ବୟସରେ ଗତକାଲି ତାଙ୍କର ନିଧନ ହୋଇଛି ।

Comments are closed.