Latest Odisha News

BREAKING NEWS

କରୋନା ଅପଡ଼େଟ୍: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ମଙ୍ଗଳବାର ଦିନ ୧୧ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪୫ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।

ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୯,୧୭୨ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୫,୬୦୮ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୯୫,୭୫୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩,୭୧,୭୪୬ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୩,୭୭,୫୫୮ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୯,୦୪,୯୯୫ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.