Latest Odisha News

BREAKING NEWS

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସନ୍ଧ୍ୟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।

ଭାରତ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଭାରତରେ ୨୭ ତାରିଖ ସନ୍ଧ୍ୟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୨୫ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୮୮୬ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୬,୫୭୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୧୭,୭୭୬ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୦୭,୭୨୨ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୮,୯୪,୪୬୪ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.