Latest Odisha News

ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର: ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି । ପ୍ରଥମ ଦିନରେ ପୁରୀ, କେନ୍ଦୁଝର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପାଠ୍ୟ ପୁସ୍ତକ ବିତରଣ କରାଯାଇଛି।ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ମାଗଣା ପୁସ୍ତକ ବଣ୍ଟନ ହୋଇଛି।

ଶିକ୍ଷାବର୍ଷ ୨୦୨୪-୨୫ ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ଵାରା ପ୍ରସ୍ତୁତ ପାଠ୍ୟଖସଡ଼ା ଅନୁଯାୟୀ ପାଠ୍ୟ ପୁସ୍ତକ ପ୍ରସ୍ତୁତ ହୋଇଛି। ବିଭାଗୀୟ କମିଶନର ତଥା ଶାସନ ସଚିବ ଅଶ୍ଵଥୀ.ଏସ୍‌ଙ୍କ ତତ୍ତ୍ଵାବଧାନରେ ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ପ୍ରଥମ ଦିନରେ ରାଜ୍ୟର ୫ଟି ଜିଲ୍ଲା – ପୁରୀ,କେନ୍ଦୁଝର , କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁରରେ ୨୮୦୦୦ ଖଣ୍ଡ ଲେଖାଏ ପାଠ୍ୟପୁସ୍ତକ ବିତରଣ କରାଯାଇଛି । ଏହି ପରିପ୍ରେକ୍ଷୀରେ ମୋଟ ୩୧୪ ବ୍ଲକର ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କରାଯିବ। ଏଥିସହ ବେସରକାରୀ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଚଳିତ ବର୍ଷ ମାଗଣାରେ ପୁସ୍ତକ ବିତରଣ କରାଯିବ । ଚଳିତ ବର୍ଷ ମୋଟ ୨.୫ କୋଟି ପାଠ୍ୟପୁସ୍ତକ, ୫ କୋଟି କାର୍ଯ୍ୟପୁସ୍ତିକା ମାର୍ଚ୍ଚ ଶେଷ ସପ୍ତାହ ସୁଦ୍ଧା ବିତରଣ କରାଯିବାର ଲକ୍ଷ୍ୟଧାର୍ଯ୍ୟ କରାଯାଇଛି ।

କାର୍ଯ୍ୟକ୍ରମରେ ବିଧାୟକ ଅନନ୍ତ ନାରାୟଣ ଜେନା, ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ରାଜ୍ୟ ପାଠ୍ୟପୁସ୍ତକ ଉତ୍ପାଦନ ଓ ବିକ୍ରୟ ନିର୍ଦ୍ଦେଶକ ରଘୁରାମ ଆର୍. ଆୟାରଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.