Latest Odisha News

BREAKING NEWS

ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତିକୁ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ

ପୁରୀ: ଆଜି ପୁରୀରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କମିଟି ଗଠନ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । କମିଟି ଗଠନ ପରେ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ ହେବ ।

ରିଜର୍ଭ ବ୍ୟାଙ୍କ୍ ଅଫ ଇଣ୍ଡିଆର ଦୁଇ ଅଧିକାରୀଙ୍କ ଉପସ୍ଥିତିରେ ହେବ ଗଣତି ମଣତି । ଏଥିପାଇଁ ଦୁଇ ଜଣ ଅଭିଜ୍ଞ ଅଧିକାରୀ ନିୟୋଜିତ ହୋଇସାରିଛନ୍ତି ।

ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସଓପି ଆଧାରରେ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ହେବ । ଏଥିସହ ଆସନ୍ତା ୧୯ ତାରିଖରେ ରଥଯାତ୍ରା ପରବର୍ତ୍ତୀ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । ବିଶେଷ କରି ମହାପ୍ରଭୁଙ୍କ ଯାନିଯାତ୍ରା, ପର୍ବପର୍ବାଣୀ କିଭଳି ଶୃଙ୍ଖଳିତ ଓ ବ୍ୟବସ୍ଥିତ ହେବ ସେ ନେଇ ସେ ନେଇ ଆଲୋଚନା କରାଯିବ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

Comments are closed.