Latest Odisha News

BREAKING NEWS

‘ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିସ୍ତାର ନାହିଁ’

ପୁରୀ: ଶ୍ରୀମନ୍ଦିର ଲୁହା କଡ଼େଇ ଅବଢ଼ା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ କଠୋର ପଦକ୍ଷେପ ନିଆଯିବ ।

ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏହି ମାମଲାର ଏବେ ବି ସମୀକ୍ଷା ଚାଲିଛି । ଯିଏ କେହିବି ଏଥିରେ ସମ୍ପୃକ୍ତ ଥିବା ଜଣାପଡ଼ିବ ତାଙ୍କୁ ନିସ୍ତାର ନାହିଁ । ଶ୍ରୀମନ୍ଦିର ପ୍ରଶାସନ ତାଙ୍କ ବିରୋଧରେ କଠୋର ପଦକ୍ଷେପ ନେବ ।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୨ ତାରିଖରେ ଶ୍ରୀମନ୍ଦିର ରୋଷ ଘରେ ମାଟିକୁଡୁଆ ପରିବର୍ତ୍ତେ ଲୁହା କଡ଼େଇରେ ଅନ୍ନ ରାନ୍ଧିବା ନେଇ ଅଭିଯୋଗ ଆସିବା ପରେ ଲୁହା କଡ଼େଇ ଜବତ ସହ ୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ ଦେବାକୁ ସୁଆର ମହାସୁଆର, ରୋଷପାଇକ ନିଯୋଗ, ରୋଷ ଅମିନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଓ ଦେଉଳକରଣଙ୍କୁ ରୋଷଘର ପରଖିବା ନେଇ ଦାୟିତ୍ୱ ଦିଆଯାଇଥିଲା ।

ବାରଣ ସତ୍ତ୍ୱେ କୋଠଭୋଗ ରୋଷ ଘରେ ଏହି ତିନି ସୁପକାର ଲୁହା କଡ଼େଇ ବ୍ୟବହାର କରି ଅନ୍ନ, ଡାଲି ରୋଷେଇ କରିଥିଲେ। ଏହାକୁ ନେଇ ସମଗ୍ର ରାଜ୍ୟବାସୀଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଇଥିଲା ।

ଏହାଦ୍ୱାରା ଶ୍ରୀମନ୍ଦିର ସତ୍ତ୍ୱଲିପି ତଥା ପରମ୍ପରାର ଉଲ୍ଲଂଘନ ହେଉଛି । ଏଭଳି ଅଭିଯୋଗ ଆଣିବା ସହ ଏନେଇ ଆପତ୍ତି ଉଠାଇଥିଲା ସୁଆର ମହାସୁଆର ନିଯୋଗ । ସମ୍ପୃକ୍ତ ସେବାୟତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିଯୋଗ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖାଯାଇଥିଲା । ଅନ୍ୟପକ୍ଷରେ ଏ ସଂକ୍ରାନ୍ତରେ ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଥିଲା ।

Leave A Reply

Your email address will not be published.