Latest Odisha News

ରାୟଗଡାରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା, ଭିଡିଓ କନଫରେସିଂରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରାୟଗଡା: ଆଜିଠୁ ଆଦିବାସୀ ଅଞ୍ଚଳ ରାୟଗଡାକୁ ଗଡିଲା ଲକ୍ଷ୍ମୀ ବସ୍ । ଜିଲ୍ଲାର ପ୍ରାୟ ୧୧ଟି ବ୍ଲକ୍ ମଧ୍ୟରେ ଏକା ସାଙ୍ଗରେ ୫୨ଟି ବସ୍ ଗଡିଛି । ଭିଡିଓ କନଫରେସିଂ ଜରିଆରେ ଲକ୍ଷ୍ମୀ ବସ୍ ସେବାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାୟଗଡା ଜିଲ୍ଲାର ୧୧ଟି ବ୍ଲକରେ ମୋଟ ୧୮୨ଟି ପଞ୍ଚାୟତର ୩୯ଟି ରୁଟରେ ଗଡିବ ଏହି ବସ୍ । ଏହି ସେବା ଦ୍ଵାରା ପ୍ରାୟ ୯ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ଏହି ଉଦଘାଟନୀ ଉତ୍ସବରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଏବଂ ସଚିବ ଉଷା ପାଢୀ ଉପସ୍ଥିତ ଥିଲେ ।

ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଯାହାକି ଓଡ଼ିଶାର ବିକାଶକୁ ଆହୁରି ଉଜ୍ବଳ କରିବ । ସୁଲଭ ଦର, ସହଜ ଯାତାୟାତ ଏବଂ ଅତ୍ୟାଧୁନିକ ବସ ସେବାକୁ ନେଇ ଉତ୍ସାହିତ ଅଛନ୍ତି ଗାଁ ଲୋକେ ।

ସୂଚନାଯୋଗ୍ୟ ଯେ, ଅକ୍ଟୋବର ୧୨ ତାରିଖରେ ପ୍ରଥମ ପର୍ଯ୍ୟାୟରେ ମାଲକାନଗିରିରେ ‘ଲକ୍ଷ୍ମୀ ବସ୍’ ସେବା ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଅକ୍ଟୋବର ୨୦ରେ ଗଜପତି ଏବଂ ନଭେମ୍ବର ୧ରେ କଳାହାଣ୍ଡି ଜିଲ୍ଲାରେ ‘ଲକ୍ଷ୍ମୀ ବସ’ର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.