Latest Odisha News

ଲକ୍ଷ୍ମୀପୁର ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ସୂଚନା ଦେଇଛନ୍ତି ।

ନିକଟ ଅତୀତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ଏବଂ ହୋମ୍ ଆଇସୋଲେସନରେ ରୁହନ୍ତୁ ବୋଲି ସେ ଅନୁରୋଧ ମଧ୍ୟ କରିଛନ୍ତି ।

ଶ୍ରୀ ଜାନିଙ୍କ ବ୍ୟତିତ ଏହା ପୂର୍ବରୁ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ଖଣ୍ଡପଡା ବିଧାୟକ ତଥା ‘ସମ୍ୱାଦ’ ସମ୍ପାଦକ ସୌମ୍ୟ ରଂଜନ ପଟ୍ଟନାୟକ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱରର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଚାନ୍ଦବାଲି ବିଧାୟକ ବୌମକେଶ ରାୟ, ପୂର୍ବତନ ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ପଟାଙ୍ଗୀ ବିଧାୟକ ପ୍ରୀତମ ପାଢୀ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବରୀ ବିଧାୟକ ସୁନନ୍ଦ ଦାସ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ଏବଂ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ପ୍ରମୁଖ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ ।

Comments are closed.