Latest Odisha News

BREAKING NEWS

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ଏ ନେଇ ଏମ୍ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ, ଏକ ୪ ଜଣିଆ ଡାକ୍ତରୀ ଟିମ୍ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି । ବର୍ତ୍ତମାନ ସେ ଭେଣ୍ଟିଲେଟରରେ ଅଛନ୍ତି।

ଗତ ୨୦ ତାରିଖରେ ପ୍ରଦୀପ୍ତ ନାୟକ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଥିଲା । ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ୨୬ ତାରିଖରେ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା ।

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ପତ୍ନୀଙ୍କ ସହ କଥାବାର୍ତା ହୋଇଥିଲେ । । ପତ୍ନୀ ପ୍ରମିଳା ନାୟକଙ୍କଠାରୁ ଶ୍ରୀ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ।

Leave A Reply

Your email address will not be published.