ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବଡ଼ ମସିଣାବିଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଣାପସୀ ଗ୍ରାମରେ ଘଟିଛି ଏକ ବଡ ଅଘଟଣ । ପୋଖରୀରେ ବୁଡ଼ି ଗୋଟିଏ ପରିବାରର ମା, ପୁଅ ଓ ଝିଅ ତିନିଜଣଙ୍କ ଜୀବନ ଯାଇଛି । ଆଜି ସକାଳ ୧୧ଟା ବେଳେ ଏହି ଦୁଃଖଦ ଘଟଣା ଘଟିଛି। ସୂଚନା ଅନୁଯାୟୀ, ତିନି ମୃତକ ହେଲେ କାମିନୀ ମହାକୁଡ଼, ଓମ୍ ପ୍ରକାଶ ମହାକୁଡ଼ ଓ ସୁନୀତା ମହାକୁଡ଼। ପୁଅ ଝିଅ ବୁଡ଼ିଯାଉଥିବା ଦେଖି ମା ଉଭୟଙ୍କୁ ଉଦ୍ଧାର କରିବାକୁ ଯାଇଥିଲେ। ହେଲେ ସେଥିରେ ସେ ଅସଫଳ ହୋଇଥିଲେ। ପରେ ନିଜେ ମଧ୍ୟ ପାଣିରେ ବୁଡ଼ି ଯାଇଥିଲେ।
ସେମାନଙ୍କୁ ଉଦ୍ଧାର କରାଯାଇ ଘଟଗାଁ ମେଡିକାଲରେ ଭର୍ତ୍ତି କରାଯିବା ପରେ ସେଠାରେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ। ଏଣେ ଏହି ଖବର ପ୍ରଘଟ ହେବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।
BREAKING NEWS
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
Comments are closed.