Latest Odisha News

BREAKING NEWS

Cyclone Akvan: ସମ୍ଭାବ୍ୟ ବାତ୍ୟା; ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଆଜିଠାରୁ ନଭେମ୍ବର ୨୩ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନଛାଡିବା ପାଇଁ ନିର୍ଦ୍ଦେଶ 

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଅକୱାନକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ମାନଙ୍କ ଛୁଟି ବାତିଲ କରାଯାଇଛି। ଏଥିସହ ବିନା ଅନୁମତିରେ ସେମାନଙ୍କୁ ମୁଖ୍ୟାଳୟ ନଛାଡିବା ପାଇଁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ପୂର୍ବରୁ ଯେଉଁ ଅଧିକାରୀ ଛୁଟି କିମ୍ବା ମୁଖ୍ୟାଳୟ ଛାଡିବାକୁ ଅନୁମତି ନେଇଛନ୍ତି ଏହାକୁ ବାତିଲ କରାଯିବା ସହ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଆସନ୍ତା ୬ ଦିନ ଅର୍ଥାତ ନଭେମ୍ବର ୧୮ରୁ ୨୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

ଅପରପକ୍ଷରେ ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳ ଏବଂ ଏହାର ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଏହି ବାତ୍ୟା ଏକ ‘ଭୀଷଣ ବାତ୍ୟା’ ରୂପ ନେଇଛି। ବର୍ତ୍ତମାନ ଏହା ଚେନ୍ନାଇ (ତାମିଲନାଡୁ) ଠାରୁ ପ୍ରାୟ ୫୮୦ କିମି ପୂର୍ବରେ, ତ୍ରିଙ୍କୋମାଲି (ଶ୍ରୀଲଙ୍କା) ଠାରୁ ୬୫୦ କିମି ଉତ୍ତର-ପୂର୍ବରେ, ମଛଲିପାଟନମ୍ (ଆନ୍ଧ୍ରପ୍ରଦେଶ) ଠାରୁ ୬୧୦ କିମି ଦକ୍ଷିଣ-ପୂର୍ବରେ, ବିଶାଖାପାଟନମ୍ (ଆନ୍ଧ୍ରପ୍ରଦେଶ) ଠାରୁ ୬୧୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ ଏବଂ ଗୋପାଳପୁର (ଓଡ଼ିଶା) ଠାରୁ ୭୩୦ କିମି ଦକ୍ଷିଣରେ ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ନଭେମ୍ବର ୨୬ ତାରିଖ ମଧ୍ୟାହ୍ନ ସୁଦ୍ଧା ନେଲ୍ଲୋର ଏବଂ ବିଶାଖାପାଟନମ୍ ମଧ୍ୟରେ ଆନ୍ଧ୍ରପ୍ରଦେଶ ଓ ୟାନମ୍ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦-୧୧୦ କିମି ରହିପାରେ, ଯାହା ଝଟକା ସହ ୧୨୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ।

Leave A Reply

Your email address will not be published.