Latest Odisha News

ରାଜ୍ୟରେ ଆରମ୍ଭ ହୋଇଛି କଲରାପତରିଆ ବାଘ ଗଣନା

ଭୁବନେଶ୍ଵର: ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ରାଜ୍ୟର ୫୧ଟି ଡିଭିଜନରେ କଲରାପତରିଆ ବାଘ ଗଣନା କରାଯାଉଛି । ଗଣନା ପାଇଁ ୩,୩୧୨ଟି ଟ୍ରାପ କ୍ୟାମେରା ବ୍ୟବହାର କରାଯିବ। ପ୍ରତ୍ୟେକ ଡିଭିଜନରେ ପ୍ରତି ୨୫ ବର୍ଗ କିଲୋମିଟରରେ ୫ଟି ଟ୍ରାପ କ୍ୟାମେରା ଲଗାଯିବ। ପୂର୍ବବର୍ଷ ବାଘ ଗଣନା ସମୟରେ ଟ୍ରାପ କ୍ୟାମେରାରୁ ମିଳିଥିବା କଲରାପତରିଆ ବାଘର ଚିତ୍ରକୁ ଚିହ୍ନଟ ପାଇଁ ବ୍ୟବହାର କରାଯିବ। ତେବେ ସମସ୍ତ କଲରାପତରିଆ ବାଘ ଉପରେ କଡ଼ାକଡ଼ି ଭାବରେ ମନିଟରିଂ କରାଯିବ।

BjdElectrycity

ସେହିପରି ଆସନ୍ତା ମେ’ ୨୨ ତାରିଖରୁ ହାତୀ ଗଣନା ଆରମ୍ଭ ହେବା ନେଇ ଶୁକ୍ରବାର ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ଏବଂ ଓ୍ବାଇଲ୍ଡ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ମିଳିତ ସହଯୋଗରେ ଦେଶରେ ହୋଇଥିବା କଲରାପତରିଆ ଗଣନା ରିପୋର୍ଟ-୨୦୨୨ ଗତ ଫେବୃଆରୀ ୨୯ରେ ପ୍ରକାଶ ପାଇଥିଲା। ଏଥିରେ ଦେଶରେ ଗତ ୪ବର୍ଷରେ କଲାରାପତରିଆ ବାଘଙ୍କ ସଂଖ୍ୟା ବଢ଼ିଥିବାବେଳେ ଓଡ଼ିଶାରେ ହ୍ରାସ ପାଇଥିବା ଦର୍ଶାଯାଇଥିଲା।

୨୦୧୮ ଗଣନା ଅନୁସାରେ ଓଡ଼ିଶା ଜଙ୍ଗଲରେ ୭୬୦ଟି କଲରାପତରିଆ ବାଘ ଥିଲେ । ୨୦୨୨ରେ ଏହି ସଂଖ୍ୟା ୫୬୮କୁ ଖସିଆସିଛି । ତେବେ ସାରା ଦେଶରେ କଲରାପତରିଆ ବାଘ ସଂଖ୍ୟା ୨୦୧୮ର ୧୨ ହଜାର ୮୫୨ ରେକର୍ଡ ହୋଇଥିବା ବେଳେ, ୨୦୨୨ରେ ଏହା ୧୩ ହଜାର ୮୭୪କୁ ବୃଦ୍ଧି ପାଇଛି । ଅର୍ଥାତ୍‌, ଦେଶରେ ୪ବର୍ଷରେ ୯୮୨ କଲରାପତରିଆ ବଢ଼ିଛନ୍ତି । ରିପୋର୍ଟ ଅନୁସାରେ କେନ୍ଦ୍ରୀୟ ଭାରତରେ ସର୍ବଧିକ ୮୮୨୦ ବାଘ ରହିଥିବା ବେଳେ ପଶ୍ଚିମାଘାଟରେ ୩୫୯୬, ଶିବାଲିକ୍‌ ରେଞ୍ଜ୍‌ରେ ୧୧୦୯ ଓ ଉତ୍ତର-ପୂର୍ବାଞ୍ଚଳରେ ୩୪୯ କଲରାପତରିଆ ବାଘ ରହିଥିବା ଜଣାପଡିଛି ।

Leave A Reply

Your email address will not be published.