Latest Odisha News

BREAKING NEWS

୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ୍ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି

ଭୁବନେଶ୍ୱର: ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ୍ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି। ସବୁ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି। ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବା ପାଇଁ ପଦକ୍ଷେପ ନେବାକୁ ଉଲ୍ଲେଖ ରହିଛି। ଅଗଷ୍ଟ ୧୪ ସୁଦ୍ଧା ପ୍ରତି ଶ୍ରେଣୀକୁ ପ୍ରତିନିଧିତ୍ବ କରୁଥିବା ଜଣେ ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ।

ପ୍ରତିନିଧିତ୍ବ ପାଇଁ UG କିମ୍ବା PG ଶେଷ ବର୍ଷର ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ। ୬ ଦିନିଆ ଆତ୍ମରକ୍ଷା ତାଲିମ୍ ଆୟୋଜନ ପାଇଁ ମଧ୍ୟ ନିର୍ଦ୍ଦେଶ। ସ୍ନାତକ (ୟୁଜି) ଓ ସ୍ନାତକୋତ୍ତର (ପିଜି) ଛାତ୍ରୀଙ୍କୁ ୬ ଦିନିଆ ଆତ୍ମରକ୍ଷା କୌଶଳ ତାଲିମ ଦିଆଯିବ। ମହିଳାଙ୍କ ସୁରକ୍ଷା ଓ ଅଧିକାର ସମ୍ବନ୍ଧୀୟ ସଚେତନତା କର୍ମଶାଳା ମଧ୍ୟ ଅନୁଷ୍ଠିତ ହେବ। ଛାତ୍ରୀଙ୍କର ଆତ୍ମବିଶ୍ବାସ ବୃଦ୍ଧି ପାଇଁ ପ୍ରଚେଷ୍ଟା କରିବ ଏହି କେନ୍ଦ୍ର। କେନ୍ଦ୍ରର ସଂଯୋଜିକା ଭାବେ ଜଣେ ଅଧ୍ୟାପିକା ରହିବେ।

ଏହାବ୍ୟତୀତ ‘ଶକ୍ତିଶ୍ରୀ ସାଥୀ’ ନିୟୋଜିତ ହେବେ, ଯେଉଁମାନେ କି ସଂଯୋଜିକାଙ୍କ ସହ ସମନ୍ବୟ ରକ୍ଷା କରି ମାସିକ କ୍ୟାଲେଣ୍ଡର ମୁତାବକ ଅଧିବେଶନ ଆୟୋଜନ କରିବେ। ୟୁଜି ଓ ପିଜି ଶେଷ ବର୍ଷର ପ୍ରତି ଶ୍ରେଣୀର ଜଣେ ଲେଖାଏଁ ଛାତ୍ରୀ ଶ୍ରେଣୀ ପ୍ରତିନିଧି ଭାବେ କାମ କରିବେ। ଶକ୍ତିଶ୍ରୀ ସାଥୀ ମନୋନୟନରେ ସ୍ବଚ୍ଛତା ଅବଲମ୍ବନ କରିବାକୁ କୁହାଯାଇଛି। ସ୍ବେଚ୍ଛାସେବୀ, ନେତୃତ୍ବ ନେବାର ଦକ୍ଷତା, କମ୍ୟୁନିକେସନ ସ୍କିଲ, ଦାୟିତ୍ବ, ଉତ୍ତରଦାୟୀ, ସମସ୍ୟାର ସମାଧାନ କରିବାର କ୍ଷମତା ଥିବା ବ୍ୟକ୍ତି ଶକ୍ତିଶ୍ରୀ ସାଥୀ ହେବେ।

ଅଗଷ୍ଟ ୧୪ ସୁଦ୍ଧା କ୍ଲାସ ରିପ୍ରେଜେଣ୍ଟେଟିଭ (ଶ୍ରେଣୀ ପ୍ରତିନିଧି) ମନୋନୟନ ପ୍ରକ୍ରିୟା ସାରିବାକୁ କୁହାଯାଇଛି। ଆସନ୍ତା ୨୦ ତାରିଖ ସୁଦ୍ଧା ଶକ୍ତିଶ୍ରୀ ସାଥୀ ନିଯୁକ୍ତ ହେବେ। ସେହିପରି ଏବଂ ୨୫ ତାରିଖ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଧାର୍ଯ୍ୟ ହୋଇଛି। କେନ୍ଦ୍ର, ସଂଯୋଜିକା, ସାଥୀଙ୍କ ସମ୍ପୂର୍ଣ୍ଣ ବିବରଣୀ ଉଚ୍ଚଶିକ୍ଷା ବିଭାଗକୁ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

Comments are closed.