Latest Odisha News

BREAKING NEWS

ଜାନୁଆରୀ ୧ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କୁ ରାତି ଅନିଦ୍ରା ନରଖିବାକୁ ଅନୁରୋଧ

ପୁରୀ: ନୂଆ ବର୍ଷ ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ। ବିରୋଧ କରି ଗଜପତି ମହାରାଜା, ଆଇନ ମନ୍ତ୍ରୀ, ମୁଖ୍ୟ ପ୍ରଶାସକଙ୍କୁ ଚିଠି। ଚିଠି ଲେଖିଲେ ପରିଚାଳନା କମିଟି ସଦସ୍ୟ ମହେଶ କୁମାର ସାହୁ। ଏହା ଧାର୍ମିକ ତଥା ପରମ୍ପରା ଦୃଷ୍ଟିକୋଣରୁ ଆଦୌ ସମୀଚିନ ନୁହେଁ। ପ୍ରତିବର୍ଷ ଧର୍ମଶାସ୍ତ୍ରବିତ ଓ ସଂସ୍କୃତି ବିଶାରଦ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ତେଣୁ ଜାନୁଆରୀ ୧ ପାଇଁ ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ। ମହାପ୍ରଭୁଙ୍କ ସ୍ବାଭାବିକ ଦୈନନ୍ଦିନ ନୀତିକାନ୍ତିର ବ୍ୟବସ୍ଥା କରାଯାଉ ବୋଲି ଚିଠିରେ ଉଲ୍ଲେଖ ରହିଛି।

କିଛିବର୍ଷ ହେବ ଡିସେମ୍ବର ୩୧ ତାରିଖ ମଧ୍ୟ ରାତ୍ରରୁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରୁଥିବା ବେଳେ ମହାପ୍ରଭୁଙ୍କୁ ମଧ୍ୟ ରାତ୍ରିରୁ ଅନିଦ୍ରା ରଖାଯାଉଛି। ଯାହାକି ଧାର୍ମିକ ତଥା ପରମ୍ପରା ଦୃଷ୍ଟିକୋଣରୁ ଆଦୌ ଠିକ୍ ନୁହେଁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ପଣ୍ଡିତ ମହେଶ ସାହୁ। ତେଣୁ ଜାନୁଆରୀ ୧ ତାରିଖ ପାଇଁ ମହାପ୍ରଭୁଙ୍କୁ ରାତି ଅନିଦ୍ରା ନକରି ସ୍ୱଭାବିକ ଭାବେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଗଜପତି ମହାରାଜା, ଓ ଆଇନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମହେଶ ସାହୁ।

Leave A Reply

Your email address will not be published.