Latest Odisha News

BREAKING NEWS

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିର ଉତ୍ତର ରଖିଲେ ଗଜପତି ମହାରାଜା

ଭୁବନେଶ୍ବର : ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ବିକାଶ ନେଇ କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିର ଉତ୍ତର ରଖିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ସେ କହିଛନ୍ତି ଯେ, ଜଗନ୍ନାଥ ମହାପ୍ରଭୁ ହେଉଛନ୍ତି ପ୍ରେରଣାର ଉତ୍ସ । ଶ୍ରୀମନ୍ଦିରର ସର୍ବାଙ୍ଗୀନ ଉନ୍ନତି ପାଇଁ ବହୁ ପଦକ୍ଷେପ ନିଆଯିବ । ପ୍ରଭୁଙ୍କ ଆଶୀର୍ବାଦରେ ରାଜ୍ୟ ସରକାର ଶ୍ରୀମନ୍ଦିର ଉନ୍ନତି କାମ ହାତକୁ ନେଇଛନ୍ତି ବୋଲି ଚିଠିରେ ଉଲ୍ଲେଖ କରିଚନ୍ତି ଗଜପତି ମହାରାଜା ।

ଶ୍ରୀଜଗନ୍ନାଥଙ୍କ ପାଇଁ ନିଧି ସମର୍ପଣ ସଂଗ୍ରହ ଅଭିଯାନ ସଂକ୍ରାନ୍ତରେ କେନ୍ଦ୍ରମନ୍ତ୍ରୀ ଦେଇଥିବା ପ୍ରସ୍ତାବ ଲାଗି ଧର୍ମେନ୍ଦ ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଗଜପତି ମହାରାଜା । ଏହାସହ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଏବଂ ବ୍ୟକ୍ତିଗତ ଭାବେ ଆପଣଙ୍କୁ ଆଶ୍ବସ୍ତ କରିବାକୁ ଚାହୁଁଛି ଯେ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରର ବିକାଶ ଲାଗି ଯାହା ଯାହା ସମ୍ଭବ ତାହା ଆମେ କରିବୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଗଜପତି । ଶ୍ରୀମନ୍ଦିରର ବିକାଶ ପାଇଁ ରାଜ୍ୟ ସରକାର ତଥା କେନ୍ଦ୍ର ସରକାର ଏବଂ ବିଶ୍ବର କୋଟି କୋଟି ଭକ୍ତଙ୍କ ସମର୍ଥନ ଆବଶ୍ୟକ ।

ପୁରୀ ଶ୍ରୀମନ୍ଦିରର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଜପତି ମହାରାଜାଙ୍କୁ ଚିଠି ଲେଖିଥିଲେ । ଶ୍ରୀମନ୍ଦିର ବିକାଶ କରିବା ପାଇଁ ପରିକ୍ରମା ଓ ଅନ୍ୟାନ୍ୟ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ମହତ କାର୍ଯ୍ୟରେ ଶ୍ରମଦାନ କିମ୍ବା ଅର୍ଥଦାନ ମାଧ୍ୟମରେ ବିଶ୍ୱର ସମଗ୍ର ହିନ୍ଦୁ ସମାଜ ତଥା ବିଶେଷ ଭାବରେ ସାଢେ ୪ କୋଟି ଓଡିଆ ସାମିଲ ହେବାକୁ ଇଚ୍ଛା ରଖିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ । ତେଣୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ନିଧି ସମର୍ପଣ ସଂଗ୍ରହ ଅଭିଯାନ ଭଳି ଏକ ବ୍ୟବସ୍ଥା କରିବା ପାଇଁ ଚିଠି ଲେଖି ଗଜପତିଙ୍କ ସହଯୋଗ ଲୋଡିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Leave A Reply

Your email address will not be published.