Latest Odisha News

BREAKING NEWS

ହତ୍ୟାକାରୀ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

ଯାଜପୁର : ହତ୍ୟାକାରୀ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ । ଏହାସହ ୫୦ ହଜାର ଟଙ୍କାର ଜରିମାନାରେ ଦଣ୍ଡିତ କରିଛନ୍ତି ଅତିରିକ୍ତ ଜିଲ୍ଲା ଦୌରାଜଜ୍ । ଯାଜପୁର କୁଆଖିଆ ଥାନା ଖରିଦାବାଦ ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଘଟଣା ।

ସୂଚନା ଅନୁସାରେ, ଗତ ୨୦୧୬ ଜାନୁୟାରୀ ୧୭ ତାରିଖରେ କୁଆଖିଆ ଥାନା ଖରିଦାବାଦ ଅଞ୍ଚଳର ସଂଜୟ ପାଣି ପୂର୍ବ ଶତ୍ରୁତା କାରଣରୁ ଅଶୋକ ଓଝାଙ୍କୁ କାଠ ଫାଳିଆରେ ପିଟି ମରଣାନ୍ତକ ଆକ୍ରମଣ କରିଥିଲା । ପରେ ଚିକିତ୍ସାଧୀନ ଅବସ୍ଥାରେ ଅଶୋକଙ୍କର ମୃତ୍ୟୁ ହୋଇଥିଲା । ୧୭ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଅତିରିକ୍ତ ଜିଲ୍ଲା ଦୌରାଜଜ ଅଭିଯୁକ୍ତ ସଞ୍ଜୟ ପାଣିକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି । ଜରିମାନା ଅର୍ଥ ଅନାଦେୟ ହେଲେ ଆଉ ଏକ ବର୍ଷ ଅଧିକ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯିବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.