ଭୁବନେଶ୍ଵର: ବଦଳିଲା ପାଗର ମିଜାଜ୍ । ସକାଳୁ ସକାଳୁ କୋହଲା ପାଗ ସହ ଟ୍ଵିନ ସିଟିରେ ଝିପଝିପ ବର୍ଷା । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପଝିପ ବର୍ଷା ଲାଗି ରହିଛି । ଆସନ୍ତା ୨ ଦିନ ଯାଏଁ ଏଭଳି ପାଗ ଲାଗିରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସୂଚନା ଅନୁସାରେ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଆଜି ଏବଂ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତା ୧୦ ତାରିଖରୁ ପୁଣି ଶୁଖିଲା ପାଗ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି ।
ଆଜିଠାରୁ ରାଜ୍ୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧର କିଛି ଅଂଶରେ ବର୍ଷା ହେବା ନେଇ ସମ୍ଭାବନା ଥିବା ବେଳେ ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଟକ, ଖୋର୍ଦ୍ଧା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।
Comments are closed.