Latest Odisha News

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୩ ଘଣ୍ଟା ଯାଏ ପାଣିପାଗ ବିଭାଗର ସତର୍କତା

ଭୁବନେଶ୍ୱର: ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କତା ଜାରି କରିଛି । ୭ ଗୋଟି ଜିଲ୍ଲା ପାଇଁ ଜାରି ହୋଇଛି ସତର୍କତା । ଉତ୍ତର ପଶ୍ଚିମ ଓଡିଶାର ୭ ଜିଲ୍ଲାରେ ବିଜୁଳି ଘଡଘଡି ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି। ଆଗାମୀ ୩ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା ଆଦି ୭ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ଲୋକମାନେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।

ସେପଟେ ଆଜି ମଧ୍ୟ ଶିମିଳିପାଳ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଥିବା ଉଭୟ ରାଡ଼ାର ଏବଂ ସାଟେଲାଇଟ ଦ୍ୱାରା ଉତ୍ତୋଳନ ହୋଇଥିବା ଚିତ୍ରରୁ ସ୍ପଷ୍ଟ ଜଣାପଡ଼ିଛି ।

ଆଗାମୀ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ତାରିଖ ଯାଏ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ।

Comments are closed.