Latest Odisha News

BREAKING NEWS

୧୯ରୁ ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷିବ…!

ଭୁବନେଶ୍ବର: ୧୯ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା । ୧୯ ଓ ୨୦ରେ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୯ରୁ ୨୧ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଅନୁଭୂତ ହେବ ।  ହାଲୁକା ବର୍ଷା ସହ କିଛି କିଛି ସ୍ଥାନରେ ବିଜୁଳି, ଘଡଘଡି ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

୧୯ ତାରିଖରେ ୧୦ ଜିଲ୍ଲାର ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ । ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ହାଲୁକା ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଏଥିସହିତ ଦେବଗଡ, ବାଲେଶ୍ବର, ଭଦ୍ରକରେ ଘଡଘଡି ସହ ବର୍ଷା ସମ୍ଭାବନା ।

Comments are closed.