Latest Odisha News

BREAKING NEWS

ଆଗାମୀ ୨ରୁ୩ ଦିନ ଓଡିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା 

ଭୁବନେଶ୍ବର: ଆଗାମୀ ୨ରୁ୩ ଦିନ ଯାଏଁ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ପୂର୍ବ ଆକଳନ ଅନୁଯାଇ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ-ମଧ୍ୟମ ଧରଣର ବର୍ଷା  ଅନୁଭୂତ ହୋଇଥିବା ବେଳେ ଅବଶିଷ୍ଠ ଅଞ୍ଚଳରେ ପାଗ ମୁଖ୍ୟତ ଶୁଖିଲା ରହିଛି  

ପାଣିପାଗର ଆକଳନ ଏବଂ ସମ୍ଭାବ୍ୟ ଚେତାବନୀ ଅନୁଯାୟୀ ଆସନ୍ତାକାଲି ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ, ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ତଥା ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ସୋନପୁର, ବୌଦ୍ଧ ଏବଂ ନୟାଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ସହ ଘଡଘଡି ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି । ଓଡ଼ିଶାର ଅବଶିଷ୍ଟ ଜିଲ୍ଲାଗୁଡିକରେ ପାଗ ମୁଖ୍ୟତ ଶୁଖିଲା ରହିପାରେ ।

ଦ୍ବିତୀୟ ଦିନ ଅର୍ଥାତ ୧୯ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବଲାଙ୍ଗିର ଏବଂ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣଂ ହୋଇଛି ।

ତୃତୀୟ ଦିନ ୨୦ ତାରିଖରେ ସକାଳେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେଓଗଡ଼, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ଏବଂ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଅବଶିଷ୍ଟ ଜିଲ୍ଲାଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.