Latest Odisha News

BREAKING NEWS

ଆଗାମୀ ୩ ଘଣ୍ଟା ଓଡ଼ିଶାର ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବର ବର୍ଷା ଲାଗି ରହିଛି । ଆସନ୍ତା ୨୬ ତାରିଖ ଯାଏ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏ ସମୁଦ୍ର ପତ୍ତନରେ ଟ୍ରଫ-ଲାଇନ୍‌ ପ୍ରଭାବ ଓ ଦକ୍ଷିଣ ବାଂଲାଦେଶ ତଥା ତାର ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୨.୧ରୁ ୭.୬କିମି ଯାଏ ବ୍ୟାପିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି ।

ପାଣିପାଗ ବିଭାଗ ସୂଚନା ଦେଇଛି, ଆସନ୍ତା ୩ ଘଣ୍ଟା ଭିତରେ ପୁରୀ, କେନ୍ଦ୍ରାପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ସେହିପରି ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ସତର୍କ କରାଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.