Latest Odisha News

BREAKING NEWS

କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ କୁଆପଥର, ଘଡ଼ଘଡ଼ ସହ ବର୍ଷା ନେଇ ୟେଲୋ ଆର୍ଲଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏନେଇ ପାଣିପାଗ ବିଭାଗ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ।

ଆଗାମୀ ୩ ଘଣ୍ଟା ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭ଼ଞ୍ଜ, କେନ୍ଦୁଝର, ଯାଜପୁର, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ କାଳବୈଶାଖୀ ଏବଂ କୁଆପଥର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

ପାଗକୁ ଦେଖି ବାହାରକୁ ବାହାରିବା ଓ ସୁରକ୍ଷିତ ସ୍ଥାନକୁ ଯିବା ଲାଗି ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ କୁଆପଥର ବର୍ଷା ହୋଇଥିଲା ।

Leave A Reply

Your email address will not be published.