ଭୁବନେଶ୍ୱର: ଓଡିଶାର ୨୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଗୁରୁବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର।
ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, ବରଗଡ, ନୂଆପଡା, ପୁରୀ, ଖୋର୍ଦ୍ଧା (ଭୁବନେଶ୍ୱର), ନୟାଗଡ଼, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଜପତି ଓ କଟକ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
ଏହି ସବୁ ଜିଲ୍ଲାରେ ସନ୍ଧ୍ୟା ୬ଟାରୁ ଆଗାମୀ ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
Comments are closed.