Latest Odisha News

BREAKING NEWS

ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ! ୩ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର: ଆସନ୍ତାକାଲିଠୁ ପୁଣି ରାଜ୍ୟକୁ ବର୍ଷା ହେବ । ୨୧,୨୨ ଓ ୨୩ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଗତ କିଛି ଦିନ ହେଲା ରାଜ୍ୟରେ ପ୍ରବଳ ଶୀତ ସହ ଘନ କୁହୁଡ଼ି ଲାଗି ରହିଥିଲା । ୫ଟି ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କାଲିଠୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀରେ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୩ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Comments are closed, but trackbacks and pingbacks are open.