Latest Odisha News

BREAKING NEWS

୧୦ ଯାଏଁ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭିଜୁଛି ଓଡିଶା । ଆହୁରି ଦୁଇ ଦିନ ପାଗରେ ପରିବର୍ତ୍ତନ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ଆଜିଠାରୁ ୧୦ ତାରିଖ ଯାଏଁ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୪ଘଣ୍ଟା ଯାଏଁ ଉତ୍ତର କେନ୍ଦ୍ରୀୟ ଓ ଦକ୍ଷିଣ ଓଡିଶାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଅଛି । ଆଜି ୧୦ଟି ଜିଲ୍ଲା- ରାୟଗଡା, ଗଂଜାମ, ଗଜପତି, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର ଓ ନୂଆପଡାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଅଛି । ଆସନ୍ତାକାଲି ଅର୍ଥାତ୍ ୭ ତାରିଖରେ ୧୧ଟି ଜିଲ୍ଲା- କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଢ଼େଙ୍କାନାଳ, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ଅଛି । ଆସନ୍ତା ୮ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପବନ, ଘଡଘଡି ସହ ବର୍ଷା ହେବ । ବର୍ଷା ଛାଡିବା ପରେ ୨ରୁ ୩ ଦିନ ଯାଏଁ ଘନ କୁହୁଡି ଦେଖାଯିବ ।

ସୂଚନାଯୋଗ୍ୟ, ଗତକାଲି ରାଜ୍ୟର କେତେକ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ୪୪.୪ ମିମି ବର୍ଷା, କଟକରେ ୧୪.୨ ମିମି, ଭୁବନେଶ୍ୱରରେ ୨.୨ ମିମି ଓ ପୁରୀରେ ୬ ମିମି ବର୍ଷା ରେକର୍ଡ କରାଯାଇଛି ।

Leave A Reply

Your email address will not be published.