Latest Odisha News

BREAKING NEWS

Puri Jagannath Temple: ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ । କାର୍ତ୍ତିକରେ ଲକ୍ଷାଧିକ ଭକ୍ତ ପୁରୀ ଆସିବେ ବୋଲି ଧାଡ଼ି ଦର୍ଶନ ବ୍ୟବସ୍ଥା ହେବା ନେଇ ଦାବି ହୋଇଆସୁଥିଲା । ପାଖାପାଖି ଏକ ବର୍ଷ ହେବ ଧାଡ଼ି ଦର୍ଶନ ନେଇ ଯୋଜନା ହେଉଥିବେବେଳେ, ଏନେଇ ଆଜି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ଧାଡ଼ି ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି । ଏହାଦ୍ବାରା ଭିଡ଼ ନିୟନ୍ତ୍ରଣ ହୋଇପାରିବ, ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ହେବ । ୩ରୁ ୪ ଦିନ ଭିତରେ ପରିଚାଳନା କମିଟି ଗଠନ ହେବ । ପ୍ରଥମ ବୈଠକରେ ହୁଣ୍ଡି ସିଫ୍ଟ ପରେ ଧାଡ଼ି ଦର୍ଶନ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

ବ୍ୟାରିକେଡ୍‌ ରେ ଯାଇ ରାମ୍ପ ଉପରେ ଠିଆ ହୋଇଗଲେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ଦର୍ଶନ ମିଳିଯିବ । ଫଳରେ ବଡ଼ଦେଉଳ ବାହାର କାଠ ପାଖରୁ ଶ୍ରଦ୍ଧାଳୁଙ୍କୁ ପାଦ ଟିପରେ ଟେକି ହୋଇ ମହାପ୍ରଭୁଙ୍କ ଦର୍ଶନ କରିବା ଲାଗି ଭିଡ଼ରେ ଦୁର୍ଦ୍ଦଶା ଭୋଗିବାକୁ ପଡ଼ିବନି । ଆଗରେ ଥିବା ଶ୍ରଦ୍ଧାଳୁ ଓ ପଛରେ ଥିବା ଶ୍ରଦ୍ଧାଳୁ ସମସ୍ତେ ମହାପ୍ରଭୁଙ୍କ ଆଖି ପୂରାଇ ବାହାର କାଠ ପାଖରୁ ଠାକୁର ଦର୍ଶନ କରିପାରିବେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପୂରା ପ୍ରସ୍ତୁତ ରହିଛି ବୋଲି ମନ୍ତ୍ରୀ କହିଛନ୍ତ ।

Comments are closed.