Latest Odisha News

BREAKING NEWS

ଦୀର୍ଘ ୯ ମାସ ପରେ ଆଜି ଖୋଲିଲା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର

ଭୁବନେଶ୍ୱର: ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ଆଜି ଖୋଲୁଛି ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର। ପ୍ରଥମ ପର୍ଯ୍ୟାୟରେ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ରହିଛି। ଡିସେମ୍ବର ୩୧ ତାରିଖ ଯାଏ ସେବାୟତଙ୍କ ପରିବାର ପାଇଁ ଦର୍ଶନ ବ୍ୟବସ୍ଥା ରହିଥିବା ସୂଚନା

ଏହାପରେ ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରଖାଯିବାକୁ ନିଷ୍ପତ୍ତି ହୋଇଛି। ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ କେବଳ ଭୁବନେଶ୍ୱର ଲୋକଙ୍କୁ ଦର୍ଶନ ଅନୁମତି ମିଳିବ। ୬ ତାରିଖଠାରୁ ସାଧାରଣ ଲୋକେ ଦର୍ଶନ କରିପାରିବେ ବୋଲି ଜଣାପଡିଛି ।

ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ମନ୍ଦିର ମୁଖ୍ୟ ଦ୍ୱାର ସମ୍ମୁଖରୁ କରାଯାଇଛି ବ୍ୟାରିକେଡ୍। ଶ୍ରଦ୍ଧାଳୁମାନେ ଲମ୍ବା ଧାଡ଼ିରେ ଆସି ପରିଚୟ ପତ୍ର ଦେଖାଇ ମନ୍ଦିରକୁ ପ୍ରବେଶ କରିବେ। ମନ୍ଦିର ପରିସରରେ ସର୍ବାଧିକ ୫ଶହ ଲୋକ ରହିପାରିବେ ବୋଲି ସୂଚନା।

Leave A Reply

Your email address will not be published.