Latest Odisha News

BREAKING NEWS

ପ୍ରଦୀପଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ ଭିଜିଲାନ୍ସ କରିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଲୋକାୟୁକ୍ତ । ଆସନ୍ତା ୨୦୨୧ ମସିହା ଫେବ୍ରୁଆରୀ ୧୨ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ରହିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୭ ତାରିଖରେ ଲୋକାୟୁକ୍ତ ତଦନ୍ତ ପାଇଁ ସୁପାରିଶ କରିଥିଲେ । ଆଜି ଲୋକାୟୁକ୍ତ ଏହି ସୁପାରିଶକୁ ଗ୍ରହଣ କରିଥିଲେ । ଏଥି ସହ ତଦନ୍ତ ଭାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଦେଇଛନ୍ତି ।

ପ୍ରଦୀପ ଓ ତାଙ୍କ ଭାବି ଜ୍ବାଇଁ ଆକାଶ ପାଠକ ଟାଟା କମ୍ପାନୀରେ ଚାକିରୀ କରାଇ ଦେବା ପାଇଁ ବହୁ ଶିକ୍ଷିତ ଯୁବକଙ୍କୁ ଠକିଥିବା ଅଭିଯୋଗ ଆସିଥିଲା । ଏହି ଘଟଣା ଆଧାରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପଙ୍କୁ ଦଳରୁ ବହିଷ୍କାର କରିଥିଲେ। ପରେ କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ତାଙ୍କ ସରକାରୀ ଆବାସରୁ ଉଠାଇ ନେଇଥିଲା । ପଚରାଉଚରା ପରେ ତାଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି।

ଅନ୍ୟପକ୍ଷରେ ଆକାଶ ପାଠକ ଟାଟାର କର୍ମଚାରୀ ନୁହେଁ ବୋଲି କମ୍ପାନୀ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଥିଲା ।

Leave A Reply

Your email address will not be published.