କାମାକ୍ଷାନଗର: ଯବାନଙ୍କ ଘରୁ ଲୁଟ୍ । ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ୨୦ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୁତ୍ତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନନ୍ତପୁର ଅଞ୍ଚଳରେ ରହୁଥିବା ଯବାନ ସୁଶାନ୍ତ କୁମାର ସାହୁଙ୍କ ଘରୁ ଗତ କାଲି ବିଳମ୍ବିତ ରାତିରେ ଲୁଟ ହୋଇଛି । ସୁଶାନ୍ତ ନିଜ ପରିବାର ଲୋକଙ୍କ ସହ କଙ୍କଡାହାଡ଼ ଥାନା ତରାଜଙ୍ଗ ଗାଁକୁ ଦୀପାବଳି ପାଳନ ପାଇଁ ଯାଇଥିଲେ । ଘରେ କେହି ନଥିବାର ସୁଯୋଗ ନେଇ ଦୁର୍ବୁତ୍ତ ମାନେ ଲୁଟ କରିଛନ୍ତି । ଘର ଖୋଲା ହୋଇଥିବା ନେଇ ସ୍ଥାନୀୟ ପଡୋଶୀ ସୁଶାନ୍ତଙ୍କୁ ଖବର ଦେଇଥିଲେ । ଖବର ପାଇ ସୁଶାନ୍ତ ପହଞ୍ଚି କାମାକ୍ଷାନଗର ଥାନାରେ ଅଭିଯୋଗ କରିଥିଲେ। ଏନେଇ ଘଟଣା ସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
BREAKING NEWS
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
Comments are closed.