ଭୁବନେଶ୍ୱର: ଆଜି ଉତ୍ତର ଛତିଶଗଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଏହାସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮କିମି ଯାଏଁ ଲମ୍ବିଛି। ଏହା ଆଗାମୀ ୨ ଦିନ ଯାଏଁ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି।
ସେପଟେ ସ୍ଥଳ ଭାଗ ମୁହାଁ ହୋଇଛି ଲଘୁଚାପ। ଆଜି ପଶ୍ଚିମ ଓଡ଼ିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୪ ଘଣ୍ଟା ପରେ ରାଜ୍ୟରେ ଦୁର୍ବଳ ହେବ ଲଘୁଚାପର ପ୍ରଭାବ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ବିଟ୍ କରି ଏହି ସୂଚନା ଦେଇଛି।
ପାଣିପାଗ କାର୍ଯ୍ୟାଳୟର ସୂଚନା ଅନୁଯାୟୀ, ସେପ୍ଟେମ୍ବର ୨୨ ସକାଳ ଯାଏ ରାଜ୍ୟର ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିବ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବାଲାଙ୍ଗୀର, ବରଗଡ, ଝାରସୁଗୁଡା, ଏବଂ ସୁନ୍ଦରଗଡରେ ଗୋଟିଏ କିମ୍ବା ଦୁଇଟି ସ୍ଥାନ ପାଇଁ ପ୍ରବଳ ବର୍ଷା (୭ ରୁ ୧୧ ସେ.ମି) ସତର୍କ ସୂଚନା ଜାରି କରାଯାଇଛି।
ପାଣିପାଗ କହିଛି, ମୌସୁମୀ ପ୍ରଭାବରେ ରାଜ୍ୟରେ ୧ ଜୁନ ରୁ ୨୦ ସେପ୍ଟେମ୍ବର ମଧ୍ୟରେ ୧୧୪୦.୯ ମିମି ବର୍ଷା ରେକର୍ଡ ଯାହା ସ୍ୱାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ ୫% ଅଧିକ କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୧୬୪୯.୯ ମିମି (୫୧ ପ୍ରତିଶତ ଅଧିକ ) ଏବଂ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୬.୧ ମିମି (୧୮ ପ୍ରତିଶତ କମ ) ବର୍ଷା ରେକର୍ଡ ହୋଇଛି।
Comments are closed.