Latest Odisha News

BREAKING NEWS

ଅବପାତରେ ପରିଣତ ହେଲା ଲଘୁଚାପ, ଓଡ଼ିଶାର ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ…

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ – ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ସୃଷ୍ଟ  ଲଘୁଚାପ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ସନ୍ଧ୍ୟାରେ ଏକ ଡିପ୍ରେସନରେ ପରିଣତ ହୋଇଛି। ଯାହା ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ସୋମବାର ଦିନ ପ୍ରକାଶ କରିଛି।

ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ – ଦକ୍ଷିଣ ଓଡ଼ିଶା ଉପକୂଳ, ଓଡ଼ିଶାର ଗୋପାଳପୁରରୁ ପ୍ରାୟ ୪୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବରେ) ଏବଂ ଆନ୍ଧ୍ରପ୍ରଦେଶର କଳିଙ୍ଗପାଟନମ୍ ଠାରୁ ୧୧୦ କିଲୋମିଟର ଉତ୍ତର-ପୂର୍ବରେ କେନ୍ଦ୍ରିତ ଥିଲା।

ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୧୯ ଅଗଷ୍ଟ ଅପରାହ୍ନରେ ଗୋପାଳପୁରର ଦକ୍ଷିଣ ନିକଟବର୍ତ୍ତୀ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଯାହାଫଳରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏଥିସହିତ ମଙ୍ଗଳବାର ଦିନ ସକାଳ ପର୍ଯ୍ୟନ୍ତ ଏହି ଜିଲ୍ଲାଗୁଡ଼ିକରେ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହିତ କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଖୋର୍ଦ୍ଧା ଏବଂ କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ଥିବା ନେଇ କୁହାଯାଇଛି।

 

Comments are closed.